କୋଣାର୍କରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ

କୋଣାର୍କରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ

News by Ajit Kumar Mallick (Konark)

କୋଣାର୍କ(ଏନ୍‌.ଏମ୍‌.): କୋଣାର୍କ ଠାରେ ଇକୋ ରିଟ୍ରିଟ୍‌ର ଚତୁର୍ଥ ସଂସ୍କରଣ ଚଳିତ ବର୍ଷ ଡିସେମ୍ବର ୧ତାରିଖରୁ ଆରମ୍ଭ ହେବ ବୋଲି ସ୍ଥିର କରାଯାଇଛି । ଏ ସମ୍ପର୍କରେ ଆଜି ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟ୍‌କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ପରାମର୍ଶ ଦେଇଥିଲେ । ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ । ପ୍ରତ୍ୟେକ ବିଭାଗ ପ୍ରତ୍ୟେକଙ୍କ ସହ ସମନ୍ୱୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ କହିଥିଲେ । ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ-ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଇକୋ ରିଟ୍ରିଟ୍ ଡିସେମ୍ବର୧ରୁ ୨୦୨୩ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ବ୍ୟବସ୍ଥା କରାଯାଇଛି । ୭୦ ଗୋଟି ବିଳାସପୂର୍ଣ୍ଣ ଟେଣ୍ଟ କରାଯିବ ଯେଉଁ ଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ । ଇକୋ ରିଟ୍ରିଟ୍ ସମୟରେ ଜଳକ୍ରୀଡା, ବିଚ ସ୍ପୋର୍ଟସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ । ନିରବଛିନ୍ନ ବିଦ୍ୟୁତ, ପାଣି, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା,୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା କରାଯିବ । ପର୍ଯ୍ୟଟକମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି । ସମସ୍ତ କାର୍ଯ୍ୟକୁ ସୁନ୍ଦର ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିଜ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୁରୀ ପର୍ଯ୍ୟଟନ ଅଧିକାରୀ ସରୋଜ କୁମାର ପ୍ରଧାନ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ଅନ୍ୟାନ୍ୟ ବିଭାଗ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟର ଆୟୋଜନ କରୁଥିବା ଇ ଫାକ୍ଟରର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *