ଗଣଶିକ୍ଷା ବିଭାଗର ଦୁଇଦିନିଆ ପ୍ରଶିକ୍ଷଣ ଶିବିର, ଜାଣିଲେ ଜିଣିବା: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଗଣଶିକ୍ଷା ବିଭାଗର ଦୁଇଦିନିଆ ପ୍ରଶିକ୍ଷଣ ଶିବିର, ଜାଣିଲେ ଜିଣିବା: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

News by B.Mishra (BBSR)

#ଭୁବନେଶ୍ୱର(ଏନ୍‍.ଏମ୍‍.): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ବ୍ରହ୍ମପୁର ଜୋନର ୮ଟି ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱରସ୍ଥିତ କୃଷିଭବନ ଅଡିଟୋରିଅମରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଆଶ୍ୱଥୀ ଏସ୍‌, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦୁର୍ଗା ପ୍ରସାଦ ମହାପାତ୍ର, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର, ଟି.ଇ. ଆଣ୍ଡ ଏସ୍‌.ସି.ଆର.ଟି ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ ପ୍ରମୁଖ ଯୋଗ ଦେଇଥିଲେ ।
ଏହି ପ୍ରଶିକ୍ଷଣ ଶିବିରରେ ମନ୍ତ୍ରୀ ଶ୍ରୀ ଦାଶ ଶିକ୍ଷା ମାଧ୍ୟମରେ ସାମଗ୍ରିକ ଓଡ଼ିଶା ଗଠନକୁ ଗୁରୁତ୍ୱ ଦେଇଛନ୍ତି । ଏହାସହ ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି । ‘୨୦୩୬ ରେ ରାଜ୍ୟର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆମର ଲକ୍ଷ୍ୟ’ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଆଶ୍ୱଥୀ ଏସ୍‌. କହିଛନ୍ତି ଶିକ୍ଷା ହିଁ ଆମ ବିଶ୍ୱାସକୁ ବୃଦ୍ଧି କରିଥାଏ । ପ୍ରଶିକ୍ଷଣ ଶିବିରର ସ୍ୱାଗତ ଭାଷଣ ଦେଇ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦୁର୍ଗାପ୍ରସାଦ ମହାପାତ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ସ୍କିମ୍ ତଥା ଉଦ୍ୟମର ସଫଳ ରୂପାୟନ ନିମନ୍ତେ ଯଥାସାଧ୍ୟ ପ୍ରୟାସ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କମାନଙ୍କୁ ପ୍ରତ୍ୟକ୍ଷ ଭାବରେ ସ୍କୁଲ୍ ପରିଦର୍ଶନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ନକଲି/ଜାଲି ଶିକ୍ଷକମାନଙ୍କ ବିରୁଦ୍ଧରେ ଥିବା ମାର୍ଗଦର୍ଶକକୁ କଡାକଡି ଭାବରେ ପାଳନ କରିବା ନିମନ୍ତେ କୁହାଯାଇଛି । ମୋ ସରକାର ପ୍ରକୋଷ୍ଠ, ପି.ଏମ୍ ପୋଷଣ, ଏମ୍‌.ଡି.ଏମ୍‌, ଆର.ଟି.ଇ, ଏଫ୍‌.ଏଲ୍‌.ଏନ୍ ଆଦି ଅନେକ ବିଷୟରେ ଆଲୋଚନା କରାଯାଇଛି । ଏତଦ୍ ବ୍ୟତୀତ ନାରୀଶିକ୍ଷାକୁ ଅଗ୍ରାଧିକାର ଦେଇ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଅଧିନରେ ଥିବା ସ୍କୁଲମାନଙ୍କରେ ନାମଲେଖା ବୃଦ୍ଧିର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଜୋନର ୮ଟି ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *