ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଜାରି ରହିଛି କଳା ବ୍ୟାଚ ପରିଧାନ

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଜାରି ରହିଛି କଳା ବ୍ୟାଚ ପରିଧାନ

News by Dillip Kumar Muduli (Bhubaneswar)

ଭୁବନେଶ୍ୱର(ଏନ୍‌.ଏମ୍‌.): ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ଓଡିଶା ସରକାରଙ୍କ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଅଗଷ୍ଟ ୧୬ ତାରିଖରୁ କଳାବ୍ୟାଚ ପରିଧାନ ସହିତ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି । ଏଥିରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ, ଅର୍ଥ, ଶିଳ୍ପ, ସାମଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଯୋଜନା ଓ ସମବାୟ, ଖାଉଟି ଯୋଗାଣ, ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଶିଶୁ ଏବଂ ମହିଳା ସଂସକ୍ତିକରଣ, ଶକ୍ତି, ଦକ୍ଷତା, ଜଙ୍ଗଲ ଏବଂ ପରିବେଶ, ଶ୍ରମ, ପୁଲିସ ଏବଂ ଅଗ୍ନିଶମରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଚୁକ୍ତିଭିତ୍ତିକ ନିଯୁକ୍ତି/ପ୍ରାରମ୍ଭିକ ନିଯୁକ୍ତିକୁ ବିରୋଧ କରି ବିଭିନ୍ନ ବ୍ଲକ, ତହସିଲ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଦପ୍ତର ଠାରୁ ନେଇ ରାଜ୍ୟ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ବିଭାଗର ଚୁକ୍ତଭିତିକ କର୍ମଚାରୀ କଳାବ୍ୟାଚ ପରିଧାନ ସହ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ଏବଂ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ସ୍ୱାସ୍ଥ୍ୟ ଏବଂ ପୁଲିସ ଭଳି ଜରୁରୀ କାଳୀନ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଉକ୍ତ ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ସାମିଲ ହୋଇ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ୬ ବର୍ଷ ଚୁକ୍ତିଭିତ୍ତିକ ସମୟକୁ ନିୟମିତ ଚାକିରୀରେ ଯୋଗ କରିବା ସହ ସବୁ କ୍ଷେତ୍ରରେ ଗଣନା କରିବା ପାଇଁ ମୁଖ୍ୟ ଦୁଇ ଦାବି ବିଭିନ୍ନ ଜିଲ୍ଲା ମୁଖ୍ୟ ଏବଂ ପୁଲିସ କର୍ମଚାରୀମାନେ ଏସପିଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି । ଏହି ସମୟ ମଧ୍ୟରେ ରାଜ୍ୟସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ ମହାସଂଘକୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ସେମାନଙ୍କ ଦାବି ଗୁଡିକୁ ପୂରଣ ନକରନ୍ତି ତେବେ ଚୁକ୍ତିଭିତ୍ତିକ ମହାସଂଘର ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଆସନ୍ତା ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ସଂଘ ପକ୍ଷରୁ ଏକ ପ୍ରେସ୍ ବିବୃତିରେ ଚେତାବନୀ ଦିଆଯାଇଛି । ଏନେଇ ଚୁକ୍ତିଭିତ୍ତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା, ସଂଗଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ, ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ଶୁଭ୍ରଜିତ ପ୍ରତିହାରୀ, ବିଶ୍ୱଜିତ ବିଶ୍ୱାଳ, ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ, ଜନ୍ମେଜୟ ମାଝୀ, ସ୍ମାରକରଞ୍ଜନ ସାହୁ, ମାନସ ପରିଡା, ଆଦିତ୍ୟ ସ୍ୱାଇଁ, ଅକ୍ଷୟ ପାଢି, ଉପ-ସଭାପତି, ପ୍ରଭାସ ଭୋଇ, ପ୍ରିତିରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିନ ପଣ୍ଡା, ଶିବଶଙ୍କର ସାହୁ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *