ନଗର ଉନ୍ନୟନ ମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ

ନଗର ଉନ୍ନୟନ ମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ
ଯାତ୍ରୀମାନଙ୍କର ସୁବିଧା ପାଇଁ ଖୋଲିବ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯିବା ପାଇଁ ଗୁରୁତ୍ୱ

News by I&PR Odisha

ଭୁବନେଶ୍ୱର(ଏନ୍‌.ଏମ୍‌.): ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଊଷା ଦେବୀଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ପୂର୍ତ୍ତ ଅତିଥି ନିବାସଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି । ରଥଯାତ୍ରା ପରିପ୍ରେକ୍ଷୀରେ ଜନସାଧାରଣ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭକ୍ତମାନଙ୍କ ସୁବିଧା ନିମନ୍ତେ ଶ୍ରୀଗୁଣ୍ଡିଚା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀ ସହରରେ ଉତ୍ତମ ପରିମଳ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ପାଇଁ ନିରବଚ୍ଛିନ୍ନ ପାନୀୟ ଜଳ ବ୍ୟବସ୍ଥା, ଜଳ ନିଷ୍କାସନ, ପରିମଳ ପରିଚ୍ଛନ୍ନତା, ରଥଯାତ୍ରା ପରିଚାଳନା ସମୟରେ ଯାତ୍ରୀମାନଙ୍କର ସୁବିଧା ପାଇଁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯିବା ପାଇଁ ମନ୍ତ୍ରୀ ଶ୍ରୀମତୀ ଦେବୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ପୁରୀ ଠାରେ ଯାନବାହନର ପାର୍କିଂ ସ୍ଥଳ ପରିଦର୍ଶନ କରି ସେସବୁର ତଦାରଖ କରିଥିଲେ । ରଥଯାତ୍ରା ପରିପ୍ରେକ୍ଷୀରେ ବିଭାଗୀୟ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୀକ୍ଷା ବୈଠକରେ ପୁରୀ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ମନୋଜ କୁମାର ବେହେରା, ଜେନେରାଲ ମ୍ୟାନେଜର, ୱାଟ୍‌କୋ ଶରତ ଚନ୍ଦ୍ର ମିଶ୍ରଙ୍କ ସମେତ ବିଭାଗୀୟ ପଦାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *