ନିସ୍ ଶିକ୍ଷାନୁଷ୍ଠାନରେ ଜାତୀୟ ସେମିନାର


ଭୁବନେଶ୍ୱର(ଏନ୍‌.ଏମ୍‌.) : ଭୁବନେଶ୍ୱର ମଦନପୁର ସ୍ଥିତ ନିସ୍ ଇନଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ ପରିସରରେ ଜାତୀୟ ସେମିନାର ଅନୁଷ୍ଠିତ ହୋଇଛି । ଏହାର ଶୀର୍ଷକ ରହିଛି ‘୪ର୍ଥ ଶିଳ୍ପ ବିପ୍ଳବ ଏବଂ ଏହି ଦିଗରେ ବାଣିଜ୍ୟ ଜଗତର କ୍ରମବର୍ଦ୍ଧିତ ଉନ୍ନତି’ । ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡକ୍ଟର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ସେମିନାରକୁ ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁର ଆଇଆଇଏମର ଆସୋସିଏଟ ପ୍ରଫେସର ଡକ୍ଟର ରାମକୃଷ୍ଣ ପାଢ଼ୀ ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ଏମ୍‌ଏସପିଏଲର ଭାଇସ ପ୍ରେସିଡେଣ୍ଟ ଡକ୍ଟର ଦେବବ୍ରତ ଦାସ, କିଟ୍ ବିଶ୍ୱବିଦ୍ୟାଳୟର ଡାଇରେକ୍ଟର ଡକ୍ଟର ସୁମନ ଭଟ୍ଟାଚାର୍ଯ୍ୟ, ଜାଭିୟର ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟର ପ୍ରଫେସର ଡକ୍ଟର ଡବ୍ଲ୍ୟୁ ଏସ୍ ଉଇଲିୟମ୍ ପ୍ରମୁଖ ସମ୍ମାନିତ ଅତିଥୀ ଭାବେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ନିସ୍ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠାତା ଡକ୍ଟର ସୁଭାଷ ଚନ୍ଦ୍ର ନାୟକ ସ୍ୱାଗତ ଭାଷଣ ଦେବା ସହର୍ଥ ଶିଳ୍ପ ବିପ୍ଳବ ଓ ଛାତ୍ରଛାତ୍ରୀଙ୍କ ଉନ୍ନତ ଭବିଷ୍ୟତ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ଉପଦେଷ୍ଟା ଡକ୍ଟର ପ୍ରତାପ କୁମାର ତ୍ରିପାଠୀ, ଉପନିର୍ଦ୍ଦେଶକ ଡକ୍ଟର ଦୁଷ୍ମନ୍ତ କୁମାର ପଟ୍ଟନାୟକ, ଅଧ୍ୟକ୍ଷ ଡକ୍ଟର ରାଜେଶ ସ୍ୱାଇଁ, ଡିନ୍ ସାଧାରଣ ପ୍ରଶାସନ ପ୍ରଫେସର ବିଷ୍ଣୁ ପାଲ, ଯୁଗ୍ମ ରେଜିଷ୍ଟ୍ରାର ପ୍ରଫେସର ଭବାନୀ ଶଙ୍କର ରଥ ଓ ପ୍ରଶାସନିକ ଅଧିକାରୀ ପିତାମ୍ବର ଚୟନୀ ପ୍ରମୁଖ ଯୋଗଦେଇଥିଲେ । ନିସ୍ ଶିକ୍ଷାନୁଷ୍ଠାନର ସହ ପ୍ରତିଷ୍ଠାତା ପ୍ରଫେସର ସ୍ମୃତିସୁଧା ନାୟକ ଅତିଥୀମାନଙ୍କୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରିଥିବା ବେଳେ ଶିକ୍ଷାନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଏମବିଏ ବିଭାଗର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ ।

Leave a Reply

Your email address will not be published. Required fields are marked *