ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ

News by B.Mishra (BBSR)

#ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ପରିସରରେ ଥିବା ସେମିନାର ଗୃହରେ ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଛଅଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୩୬ ଜଣ ନିପୁଣ ଶିଳ୍ପୀ ଯୋଗଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମ ଦ୍ୱାରା ପ୍ରତ୍ୟକ୍ଷ ଭାବେ ହସ୍ତଶିଳ୍ପ ପ୍ରଶିକ୍ଷକମାନଙ୍କ ଦକ୍ଷତା ବିକାଶ ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଦ୍ୱାରା କାରିଗରମାନଙ୍କର ମଧ୍ୟ ଦକ୍ଷତା ବିକାଶ ହୋଇପାରିବ । ଏହି କାର୍ଯ୍ୟକ୍ରମରେ ସିଡାକ୍‌ର ସଦସ୍ୟ ସଚିବ ଶିଶିର କୁମାର ରଥ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମର ରୂପରେଖ ବିଷୟରେ ଆଲୋକପାତ କରି ନିପୁଣ ଶିଳ୍ପୀମାନଙ୍କୁ ଉତ୍ସାହିତ କରିଥିଲେ ସିଡାକ୍‌ର ସହ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି ଧନ୍ୟବାଦ ଜ୍ଞାପନ କରିଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *