(ଫାଇଲ ଫଟୋ)

ଭୋଟ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ନିର୍ବାଚନ କମିଶନଙ୍କ ସମୀକ୍ଷା

(ଫାଇଲ ଫଟୋ)

ଭୁବନେଶ୍ୱର(ଏନ୍‌.ଏମ୍‌.): ଆଜି ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସମସ୍ତ ପର୍ଯ୍ୟାୟ ଶେଷ ହୋଇଛି । ନିର୍ବାଚନରେ ପ୍ରାର୍ଥୀମାନଙ୍କ ଭାଗ୍ୟ ଏବେ ଭୋଟ ବାକ୍ସ ମଧ୍ୟରେ ଆବଦ୍ଧ ରହିଛି । ଆସନ୍ତା ୨୬, ୨୭ ଏବଂ ୨୮ ତାରିଖରେ ସମସ୍ତ ବ୍ଲକ୍ ମୁଖ୍ୟାଳୟଠାରେ ୩ ଦିନଧରି ଭୋଟ ଗଣନା କାର୍ଯ୍ୟ କରାଯିବ । ଭୋଟଗଣନା କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସମ୍ଭାବ୍ୟ ଆଇନଶୃଙ୍ଖଳା ପରିସ୍ଥିତିିର ନିୟନ୍ତ୍ରଣ ଏବଂ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଏବଂ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ଆର.କେ. ଶର୍ମାଙ୍କ ସହ ସୁରକ୍ଷା ସମ୍ପର୍କିତ ସମୀକ୍ଷା ବୈଠକ ହୋଇଯାଇଛି । ଭୋଟଗଣତି କେନ୍ଦ୍ର ବାହାରେ, ବିଶେଷ କରି ଭୋଟଗଣତି ସମୟରେ ହେବାକୁ ଥିବା ଭିଡ଼କୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଭୋଟଗଣତି କାର୍ଯ୍ୟ ରାତି ପର୍ଯ୍ୟନ୍ତ ଚାଲିଲେ, ସେ ସମୟରେ ସମ୍ଭାବ୍ୟ ଆଇନଶୃଙ୍ଖଳା ରକ୍ଷା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଛି । କୌଣସି ପରିସ୍ଥିତିରେ କୌଣସି ଠାରେ ଯେପରି ବିଶୃଙ୍ଖଳା ନଉପୁଜିବ ସେ ଦିଗରେ ତୀକ୍ଷ୍ଣ ଦୃଷ୍ଟିଦେବାକୁ ସମ୍ପୃକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସମୀକ୍ଷା ବୈଠକରେ ନିର୍ବାଚନ ଆୟୋଗଙ୍କ ସଚିବ ରବିନ୍ଦ୍ରନାଥ ସାହୁ, ସ୍ୱତନ୍ତ୍ର ସଚିବ ରଘୁରାମ ଆର. ଆୟାର ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *