ମଇ ମାସ ୧୮ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନ ପାଇଁ ବୋର୍ଡ଼ ପକ୍ଷରୁ ଘୋଷଣା

ମଇ ମାସ ୧୮ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନ ପାଇଁ ବୋର୍ଡ଼ ପକ୍ଷରୁ ଘୋଷଣା

ମଇ ମାସ ୧୮ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନ ପାଇଁ ବୋର୍ଡ଼ ପକ୍ଷରୁ ଘୋଷଣା

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନିମନ୍ତେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ଼) ପକ୍ଷରୁ ଦିନ ଧାର୍ଯ୍ୟ ହୋଇଛି । ଆଜି ଏନେଇ ବୋର୍ଡ଼ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ ଚଳିତ ମାସ ଆସନ୍ତା ୧୮ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଇଛି । କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି । ୧୮ତାରିଖ ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଅଧିକ ସୂଚନା ଦେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି କହିଛନ୍ତି ଯେ, ଦିନ ୧୨ଟା ସୁଦ୍ଧା ସମସ୍ତେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ । ପିଲାମାନେ ମୋବାଇଲରେ ଏସଏମଏସ କରି ମଧ୍ୟ ଜାଣିପାରିବେ । ଛାତ୍ରଛାତ୍ରୀ ୱେବସାଇଟରୁ ବି ଫଳ ଜାଣିପାରିବେ । www.bseodisha.ac.in ବୋର୍ଡ ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ । ଏହା ସହିତ ନିଜର ମୋବାଇଲରୁ ଓଆର୧୦ ଏବଂ ନିଜର ରୋଲ ନମ୍ବରକୁ ଟାଇପ କରି ୫୬୭୬୭୫୦କୁ ପଠାଇଲେ ପରୀକ୍ଷା ଫଳ ଜାଣିହେବ । ଏଥର ୫ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଏଥର ପରୀକ୍ଷାଫଳକୁ ତ୍ରୁଟିଶୂନ୍ୟ କରିବା ଲାଗି ପ୍ରୟାସ କରାଯାଇଛି । ସୂଚନାଯୋଗ୍ୟ, ମାଟ୍ରିକ୍‌, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି