ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ, ପଦ ଓ ଗୋପନୀୟତାର ଶପଥ ନେଲେ ୨୧ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ, ପଦ ଓ ଗୋପନୀୟତାର ଶପଥ ନେଲେ ୨୧ ମନ୍ତ୍ରୀ

News by B. Mishra (BBSR)

ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ସମସ୍ତ ମନ୍ତ୍ରୀମଣ୍ଡଳକୁ ପରିବର୍ତ୍ତନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଗତ ଶନିବାର ନିଜ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କରିଛନ୍ତି ନୂଆ ମନ୍ତ୍ରିମଣ୍ଡଳ । ଆଜି ମୋଟ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଅଛନ୍ତି ।
ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ଆଜି ଶପଥ ନେଇଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା ।ସେହିପରି ଶପଥ ନେଇଥିବା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ମାନେ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ । ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ନବ କିଶୋର ଦାସ, ପ୍ରଫୁଲ୍ଲ କୁମାର ମଲ୍ଲିକ, ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ଜଗନ୍ନାଥ ସାରକା, ସମୀର ରଞ୍ଜନ ଦାଶ ଓ ତୁଷାରକାନ୍ତି ବେହେରା ପ୍ରମୁଖ ମନ୍ତ୍ରୀ ପଦ ବଜାୟ ରଖିଛନ୍ତି । ଅଶୋକ ଚନ୍ଦ୍ର ପଣ୍ଡା ଓ ଜଗନ୍ନାଥ ସାରକା ରାଷ୍ଟ୍ରମନ୍ତ୍ରୀରୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି । ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ, ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ବିଜେପୁର ବିଧାୟକ ରୀତା ସାହୁ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର ଓ କରଞ୍ଜିଆ ବିଧାୟକ ବାସନ୍ତୀ ହେମ୍ବ୍ରମ ନୂଆ ଚେହେରା ଭାବେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି । ଏମାନେ ସମସ୍ତେ ପ୍ରଥମ ଥର ମନ୍ତ୍ରୀ ହୋଇଛନ୍ତି । ସେହିପରି ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରଦୀପ ଅମାତଙ୍କ ଭଳି ପୁରୁଣା ଚେହେରା ନବୀନଙ୍କ ମନ୍ତ୍ରିମଣ୍ଡଳକୁ ଫେରିଛନ୍ତି । ସେମାନେ ପୂର୍ବରୁ ଭିନ୍ନ ଭିନ୍ନ ସମୟରେ ମନ୍ତ୍ରୀ ହୋଇଥିଲେ । ଅନ୍ୟପକ୍ଷରେ ପୂର୍ବ ମନ୍ତ୍ରିମଣ୍ଡଳର ସଦସ୍ୟ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଡକ୍ଟର ଅରୁଣ କୁମାର ସାହୁ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ପ୍ରେମାନନ୍ଦ ନାୟକ, ସୁଶାନ୍ତ ସିଂହ, ପଦ୍ମନାଭ ବେହେରା, ସୁଦାମ ମାରାଣ୍ଡି, ରଘୁନନ୍ଦନ ଦାସ ଓ ପଦ୍ମିନୀ ଦିଆନ ପ୍ରମୁଖ ନୂଆ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ।

Leave a Reply

Your email address will not be published. Required fields are marked *