ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା


#ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ଚାଷୀମାନଙ୍କୁ ଅଧିକ ରୋଜଗାର କରିବା ନିମନ୍ତେ ରାଜ୍ୟସରକାର କୃଷିର ବିକାଶ ନିମନ୍ତେ ଚାଷୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବେ। ତେଣୁ ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା। ବିଜେଡି ସରକାର ଅମଳରେ ଆରମ୍ଭ ହୋଇଥିବା କାଳିଆ ଯୋଜନା ନାମକୁ ପରିବର୍ତ୍ତନ କରାଯାଇ ସିଏମ୍ କିଷାନ ଯୋଜନାରେ ନାମିତ କରାଯାଇଛି। ଖୁବ୍ ଶୀଘ୍ର ଏହା ଲାଗୁ କରାଯିବ। ଯୋଗ୍ୟତା ଥାଇ ପିଏମ୍ କିଷାନ ଯୋଜନାରୁ ବାଦ୍ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ନୂଆ ସାମିଲ ପାଇଁ ସିଏମ୍ କିଷାନ ପୋର୍ଟାଲରେ ଆବେଦନ କରିହେବ ବୋଲି ଆଜି କୃଷି ମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି। ବାଲେଶ୍ୱର ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ଏପରି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ।

Leave a Reply

Your email address will not be published. Required fields are marked *