ସାବିତ୍ରୀ ଦେବୀ ମହାବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

ସାବିତ୍ରୀ ଦେବୀ ମହାବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

News by Biswajit Dalai (Salepur)

ସାଲେପୁର(ଏନ୍‌.ଏମ୍‌.): କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଶିଶୁଆ ଠାରେ ଅବସ୍ଥିତ ସାବିତ୍ରୀ ଦେବୀ ଘରୋଇ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୁକ୍ତ ତିନିର ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ଯୁକ୍ତତିନିର ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ବିଦାୟ ଅବସରରେ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଖୁଣ୍ଟିଆ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଉମାକାନ୍ତ ଓଝା ଓ ସମ୍ମାନିତ ଅତିଥି ଭାବେ ଦେବେନ୍ଦ୍ର ନାଥ ପତି ଯୋଗଦେଇଥିଲେ ।
ପ୍ରଥମେ ମୁଖ୍ୟ ଅତିଥି ଛାତ୍ରଛାତ୍ରୀ ମାନଙ୍କୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଅନେକ ହିତୋପଦେଶ ଦେଇଥିଲେ । ପରେ ଅତିଥି ଓ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ସେମାନଙ୍କର ବକ୍ତବ୍ୟ ରଖିଥିଲେ । ସଭା ଶେଷରେ ବିଦାୟ ସଙ୍ଗୀତ ଗାନ କରାଯାଇ ସଭା କାର୍ଯ୍ୟକ୍ରମ ଶେଷ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ସିଦ୍ଧାର୍ଥ ଆଚାର୍ଯ୍ୟ, ଗିରିଜା ପ୍ରସାଦ ମିଶ୍ର, ଅମୀୟ ରଞ୍ଜନ ଦାସ, ପ୍ରକାଶ ଚନ୍ଦ୍ର ସାହୁ, ପ୍ରଦୀପ କୁମାର ସୂତାର, ଜ୍ୟୋତିର୍ମୟୀ ସାହୁ, ରୁଙ୍କୀ ପ୍ରିୟଦର୍ଶିନୀ ସାମଲ, ଗଣେଶ୍ୱର ସାମଲ, ସ୍ମୃତି ରଞ୍ଜନ ଚୌଧୁରୀ, ଅଲେଖ ପ୍ରସାଦ ସାମଲ ଓ ମହାବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କ ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ପ୍ରଶଂସା କରିଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *