ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସଂଜୟ କୁମାର ସିଂ

ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସଂଜୟ କୁମାର ସିଂ

News by I&PR Odisha

ଭୁବନେଶ୍ୱର(ଏନ୍‌.ଏମ୍‌.): ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ ଜଣାଇଥିଲେ । ଦାୟିତ୍ୱ ଗ୍ରହଣ ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ବିଶେଷ କରି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଯେପରି ସୁଚାରୁ ରୂପେ ଅନୁଷ୍ଠିତ ହେବ ଏବଂ ଜାତୀୟସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଆଧ୍ୟାତ୍ମିକ ଟିଭି ଚାନେଲ୍‌ଗୁଡ଼ିକ ଦ୍ୱାରା ରଥଯାତ୍ରାର ସିଧାପ୍ରସାରଣପୂର୍ବକ ସାରା ଦେଶର ଭକ୍ତମାନଙ୍କୁ ରଥଯାତ୍ରା ସମ୍ପର୍କରେ ଅବଗତ କରାଇବେ, ସେ ବାବଦରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଗୁରୁତ୍ୱ ଆରୋପ କରିଥିଲେ । ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ସୂଚନା ଦେଇଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *