କନ୍ଧମାଳକୁ ଆସିବେ ମୁଖ୍ୟମନ୍ତ୍ରୀ,
ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି


ଫୁଲବାଣୀ (ଏନ୍‌.ଏମ୍‌.): ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏହା କନ୍ଧମାଳକୁ ପ୍ରଥମ ଗସ୍ତ ହୋଇଥିବାରୁ ତାଙ୍କୁ ବିପୁଳ ସ୍ୱାଗତ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇଁ ବିଜେପି ନେତା ଓ କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ବଢ଼ିଯାଇଛି। ମୁଖ୍ୟମନ୍ତ୍ରୀ କନ୍ଧମାଳ ମେଡିକାଲ କଲେଜକୁ ଉଦଘାଟନ କରିବା ସହିତ କରୋନେସନ ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କନ୍ଧମାଳର ବିକାଶ ପାଇଁ ବଡ଼ ପ୍ୟାକେଜ ଘୋଷଣା କରିପାରନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ପ୍ରଦାନ କରାଯିବ ବୋଲି ଏସ୍‌ପି ହରିଶ ବିଶି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *