ନବୀନ ସରକାରରେ ନୂତନ ଇତିହାସ ସବୁ ମନ୍ତ୍ରୀଦେଲେ ଇସ୍ତଫା: ଆସନ୍ତାକାଲି ନୂତନ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ

ନବୀନ ସରକାରରେ ନୂତନ ଇତିହାସ ସବୁ ମନ୍ତ୍ରୀଦେଲେ ଇସ୍ତଫା: ଆସନ୍ତାକାଲି ନୂତନ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ

ନବୀନ ସରକାରରେ ନୂତନ ଇତିହାସ ସବୁ ମନ୍ତ୍ରୀଦେଲେ ଇସ୍ତଫା: ଆସନ୍ତାକାଲି ନୂତନ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ


ଭୁବନେଶ୍ୱର(ଏନ.ଏମ୍‌.): ଓଡ଼ିଶାରେ ବିଜେଡି ସରକାରରେ ଆଜି ଏକ ନୂତନ ଇତିହାସ ସୃଷ୍ଟି କରିଛି । ବିଜେଡ଼ି ସରକାରରେ ପ୍ରଥମ ଥର ପାଇଁ ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଇସ୍ତଫା ଦେଇଛନ୍ତି । ବିଜେଡ଼ିର ପଞ୍ଚମ ପାଳିର ତୃତୀୟ ବର୍ଷ ପୂର୍ତ୍ତିକୁ ସପ୍ତାହ ନପୁରୁଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କ ଠାରୁ ଇସ୍ତଫା ଗ୍ରହଣ କରିଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତାକାଲି ଅର୍ଥାତ ରବିବାର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ । ଦିନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ରାଜଭବନରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ଏଥର ମନ୍ତ୍ରିମଣ୍ଡଳରେ ୧୦ରୁ ୧୨ ଜଣ ନୂଆ ମୁହଁ ସାମିଲ ହେବାକୁ ଥିବା ବେଳେ ଅନ୍ୟ ମନ୍ତ୍ରୀ ମାନଙ୍କ ବିଭାଗ ପରିବର୍ତ୍ତନ ହେବାର ସୂଚନା ମିଳିଛି । ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ମନ୍ତ୍ରୀଙ୍କୁ ତୁରନ୍ତ ନିଜର ଇସ୍ତଫା ପତ୍ର ପଠାଇବାକୁ ଆଜି ସକାଳେ ନିର୍ଦ୍ଦେଶ ଦିଆଯାଇଥିଲା । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ତାରିଖରୁ ବିଦେଶ ଗସ୍ତରେ ଯାଉଥିବାରୁ ତା’ର ଯଥେଷ୍ଟ ପୂର୍ବରୁ ଏହି ମନ୍ତ୍ରିମଣ୍ଡଳ ଗଠନ ହେବ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରୋମ୍ ଓ ପରେ ଦୁବାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଦୁବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମରେ ନବୀନଙ୍କ ସହ ରାଜ୍ୟର କିଛି ମନ୍ତ୍ରୀ ଓ ଆଇଏଏସ୍ ଅଫିସର ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ତା’ଛଡ଼ା ଆସନ୍ତା ଜୁନ ୨୨ତାରିଖରୁ ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଥିବାରୁ ନୂଆ ମନ୍ତ୍ରିମଣ୍ଡଳ ଗଠନ ଜରୁରୀ ହୋଇପଡ଼ିଛି । ଅନ୍ୟପକ୍ଷରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବା ପାଇଁ ରାଜଭବନକୁ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଇ ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନରେଡ୍ଡୀ ଗତ ଏପ୍ରିଲ ମାସରେ ନିଜର ସମସ୍ତ ମନ୍ତ୍ରୀଙ୍କୁ ସମୂହ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇ ପରେ ନୂଆ ମନ୍ତ୍ରିମଣ୍ଡଳ ଗଢ଼ିଥିଲେ । ଏବେ ନବୀନ ସମାନ ଢଙ୍ଗରେ ନିଜର ମନ୍ତ୍ରିମଣ୍ଡଳ ଗଠନ କରିବାକୁ ପାଇଁ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ