ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ନିୟତି

ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ନିୟତି

News by B.Mishra (BBSR)

#ଭୁବନେଶ୍ୱର(ଏନ୍‌.ଏମ୍‌.): ଏସ ଥ୍ରୀ ମୁଭିଜ ସହିତ ରିସା ଫିଲ୍ମସର ପ୍ରଯୋଜନା ଏବଂ ସମରେଶ ରାଉତରାୟଙ୍କ ପ୍ରସ୍ତୁତି ରେ ନିର୍ମିତ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର ନିୟତି ସାରା ଓଡିଶାର କୋଡିଏ ଟି ପ୍ରେକ୍ଷାଳୟ ରେ ମୁକ୍ତିଲାଭ କରିଛି । ଚଳଚ୍ଚିତ୍ର ନିୟତି ର ପ୍ରିମିଅର ଶୋ ସ୍ୱାତି ସିନେପ୍ଲେକ୍ସ ଠାରେ ଅନୁଷ୍ଠିତ ହୋଇଥିଲା । ଓଡ଼ିଆ ସିନେମା ଜଗତର ଅନେକ ପ୍ରଯୋଜକ, ନିର୍ଦ୍ଦେଶକ ତଥା ଅଭିନେତା ଅଭିନେତ୍ରୀ ମାନେ ଚଳଚ୍ଚିତ୍ର ଦେଖିବା ପାଇଁ ତଥା ସିନେପ୍ରେମୀଙ୍କ ମନରେ ଓଡ଼ିଆ ସିନେମା ପ୍ରତି ଆଗ୍ରହ ବଢେଇବା ପାଇଁ ଉପସ୍ଥିତ ଥିଲେ । ନିର୍ଦ୍ଦେଶକ ଅବତାର ସିଂ, ପ୍ରଯୋଜକ ଅକ୍ଷୟ ପରିଜା, ପ୍ରଣବ ଦାସ, ସଚ୍ଚିକାନ୍ତ ଜେନା, ବିନି ପଟ୍ଟନାୟକ, ଶ୍ରୀଧର ମାର୍ଥା, ଏନ ଗଙ୍ଗାଧର ରେଡ୍ଡୀ, ଗଦାଧର ପୁଟି, ସୁଶାନ୍ତ ମଣି, ଯୁବ ପ୍ରଯୋଜକ ତଥା ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ, ଅଭିନେତ୍ରୀ ଅନୁ ଚୌଧୁରୀ, ଅଭିନେତା ପାର୍ଥ ସାରଥୀଙ୍କ ସମେତ ଚଳଚ୍ଚିତ୍ରର ପ୍ରଯୋଜକ ତଥା ବରିଷ୍ଠ ଅଭିନେତା ସମରେଶ ରାଉତରାୟ, ସୁଧାଂଶୁ ନାରାୟଣ ଦାଶ(ସାନୁ), ପ୍ରେମଲଥା ରାଉତରାୟ, ଦିବ୍ୟା ମହାନ୍ତି, ପୁପୁଲ ଭୂୟାଁ, ଶୁଭ୍ରାଂଶୁ, ଉଦିତ, କେକେ, ବିଷାନ, ଅଭିଜିତ, ଅଙ୍କିତ ଉପସ୍ଥିତ ଥିଲେ । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଭାର ଜଣେ ଯୁବ ନିର୍ଦ୍ଦେଶକ ଙ୍କ କାନ୍ଧରେ ଥିବା ବେଳେ ଏକ ନିଚ୍ଛକ ମୌଳିକ କାହାଣୀକୁ ନେଇ ନିର୍ମାଣ କରିଛନ୍ତି । ଗତାନୁଗତିକ ସମାଜର ଘଟଣାବଳୀକୁ ନେଇ ଯୁବ ସମାଜ ଙ୍କ ଉପରେ ଗୁରୁତ୍ୱ ଦେଇ ନିର୍ମିତ ଚଳଚ୍ଚିତ୍ର ନିୟତି । କିଛି ବର୍ଷ ହେବ ଓଡ଼ିଆ ସିନେମାର ଧାରା ବଦଳି ଥିବା ବେଳେ ପ୍ରଯୋଜନା ସଂସ୍ଥା ତରଫରୁ ମଧ୍ୟ ଏହି ସିନେମା ମାଧ୍ୟମରେ ସେଇ ପ୍ରୟାସ ଜାରି ରଖିଛନ୍ତି । ବଳିଷ୍ଠ କାହାଣୀ ସହିତ ପ୍ରବୀଣ ନୂଆ ପୁରୁଣା କଳାକାର ଙ୍କୁ ନେଇ ନିର୍ମାଣ ହୋଇଛି ଚଳଚ୍ଚିତ୍ର ନିୟତି । ସମସ୍ତ ସିନେ ପ୍ରେମୀ ତଥା କଳାକାରମାନେ ଏହି ଚଳଚ୍ଚିତ୍ର ଦେଖିବା ସହିତ ଉତ୍ସାହିତ କରିବା ଉଚିତ ବୋଲି ପ୍ରଚାର ପ୍ରସାର ମୁଖ୍ୟ ପ୍ରଣୟ ଜେଠୀ ମତ ପ୍ରକାଶ କରିଛନ୍ତି ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *