ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌, ଆସବାବପତ୍ର

ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌, ଆସବାବପତ୍ର

ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌, ଆସବାବପତ୍ର


#ପାରଳାଖେମୁଣ୍ଡି (ଏନ୍‌.ଏମ୍‌.): ଗଜପତି ଜିଲ୍ଲା ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଫାଇଲ୍ ଓ ଆସବାବପତ୍ର ପୋଡ଼ି ଯାଇଛି। ନିଆଁ ଲାଗିବା ନେଇ ସୂଚନା ପାଇ ପାରଳାଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ପ୍ରାୟ ଦେଢ଼ ଘଣ୍ଟା ଧରି ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ଆଞ୍ଚଳିକ ପରିବହନ ଅଧିକାରୀ ତପନ କୁମାର ବେଟି କହିଛନ୍ତି ଯେ , ପ୍ରାଥମିକ ଭାବେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ନେଇ ଅଧିକ ତଦନ୍ତ ପରେ ସ୍ପଷ୍ଟ ହେବ। ସୌଭାଗ୍ୟବଶତଃ କାର୍ଯ୍ୟାଳୟକୁ କର୍ମଚାରୀମାନେ ଆସିବା ପୂର୍ବରୁ ଏହି ଅଘଟଣ ଘଟିଥିବାରୁ କୌଣସି ଜୀବନହାନି ହୋଇନାହିଁ। ତେବେ ଅଗ୍ନିକାଣ୍ଡରେ କାର୍ଯ୍ୟାଳୟରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଜଳିଯାଇଥିବା ସରକାରୀ ଫାଇଲ୍ ଓ ଅନ୍ୟାନ୍ୟ ସାମଗ୍ରୀର କ୍ଷୟକ୍ଷତିର ପରିମାଣ ଆକଳନ ପରେ ଜଣାପଡ଼ିବ ବୋଲି ଆରଟିଓ ସୂଚନା ଦେଇଛନ୍ତି।

ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ