ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା


କଟକ/ଭୁବନେଶ୍ୱର(ଏନ୍‌.ଏମ୍‌.): କଟକ ସଦର ବ୍ଲକ ଅନ୍ତର୍ଗତ ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟଠାରେ ରବିବାର ଶିଶୁ ଦିବସ ପାଳନ ଅବସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ସହିତ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀମାନଙ୍କୁ ରଘୁନାଥ ଦାଶ ସ୍ମୃତି ସମ୍ମାନ, ବ୍ରଜନାରାୟଣ ଦାଶ ଓ ରେଖାଦେବୀ ସ୍ମୃତି ସମ୍ମାନ ଏବଂ ଗୋବିନ୍ଦଚନ୍ଦ୍ର ମିଶ୍ର ସ୍ମୃତି ସମ୍ମାନ ପ୍ରଦାନ କରିଥିଲେ ।
ପ୍ରାରମ୍ଭରେ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ଇଂରାଜୀ ଭାଷା ପ୍ରଶିକ୍ଷଣ ଅନୁଷ୍ଠାନର ପ୍ରାକ୍ତନ ନିର୍ଦ୍ଦେଶକ ପ୍ରଫେସର ଡକ୍ଟର ମନ୍ମଥ କୁମାର କୁଣ୍ଡୁ, ଇଂରାଜୀ ଭାଷା ଶିକ୍ଷା ଆହରଣର ବିଭିନ୍ନ ମାର୍ଗ ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥିଲେ । ପ୍ରଫେସର ମାଡମ କୁଣ୍ଡୁ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାହୁ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଏକ୍ରାମ ଅଲ୍ଲୀ ଖାଁ, ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ମନସ୍ୱିନୀ ଦାଶ, ପୂର୍ବତନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ସମୀର କୁମାର ଦାଶ, ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶୋକ କୁମାର କର, ଅବସରପ୍ରାପ୍ତ ପ୍ରାଧ୍ୟାପକ ଡକ୍ଟର ପ୍ରଦୀପ୍ତ କିଶୋର ଦାଶ, ଅବସରପ୍ରାପ୍ତ ଶିକ୍ଷକ ନିରଞ୍ଜନ ରଥ, ରାଜ୍ୟ ଲୋକସେବା ଆୟୋଗର ସଚିବ ଅଶୋକ କୁମାର ଦାଶ ଓ ଜଳସମ୍ପଦ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ. ସରୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହେବା ନେଇ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନଙ୍କୁ ସହଯୋଗ କରିଥିଲେ । ପରିଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସାଗର କୁମାର ସେଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *