ଶ୍ରାଦ୍ଧ ଦିବସରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଶ୍ରାଦ୍ଧ ଦିବସରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଶ୍ରାଦ୍ଧ ଦିବସରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

Photo By I&PR Odisha

ଭୁବନେଶ୍ୱର (ଏନ୍‌.ଏମ୍‌.): ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ପୁରୋଧା, ମହାନ୍ ଦେଶପ୍ରେମୀ ବୀର ସହିଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ପବିତ୍ର ଶ୍ରାଦ୍ଧ ଦିବସ ପାଳନ ଅବସରରେ ଆଜି ସକାଳେ ରାଜଧାନୀ ଭୁବନେଶ୍ୱରରେ ଅବସ୍ଥାପିତ ତାଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ପ୍ରମୁଖ ଯୋଗ ଦେଇ ପ୍ରଥମେ ୟୁନିଟ୍‌-୧ ଆଦିବାସୀ ପ୍ରଦର୍ଶନୀ ପଡିଆଠାରେ ଓ ପରେ ପରେ କଳିଙ୍ଗ ହସ୍ପିଟାଲ ଛକ ଠାରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସ୍‌.ସି.ଏସ୍‌.ଟି.ଆର.ଟି.ଆଇ)ର ଉପଦେଷ୍ଟା ତଥା ସ୍ୱତନ୍ତ୍ର ଶାସନ ସଚିବ ଡକ୍ଟର ଅଖିଳ ବିହାରୀ ଓତା, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡା, ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗର ଅନ୍ୟ ଅଧିକାରୀ, ରାଜ୍ୟ ସଂସ୍କୃତି ବିଭାଗର ଅନୁ ସଚିବ ଲକ୍ଷ୍ମୀଧର ବେହେରା, ଅନ୍ୟ ଅତିଥିଏବଂ ଶବରୀ ସାଂସ୍କୃତିକ ପରିଷଦ, ଭୁବନେଶ୍ୱରର କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ସଂସ୍କୃତି ବିଭାଗ ତରଫରୁ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ