ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ


ନବରଙ୍ଗପୁର(ଏନ୍‌.ଏମ୍‌.): ନବରଙ୍ଗପୁର ଜିଲ୍ଲାର ସଦର ମହକୁମା ଠାରେ ଶନିବାର ଦିନ ରାଜ୍‌ଯ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନ ପଦ ଯାତ୍ରା ସ୍ଥାନୀୟ ଭଣ୍ଡାର ଘରଣୀ ମନ୍ଦିର ନିକଟରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା । ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ,ପୌରାଧ୍ୟକ୍ଷ କୁନୁ ନାୟକ,ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସଭା ଯାତ୍ରା ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ରେ ପହଞ୍ଚିଲା ପରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ବିପର୍ଯ୍ୟୟ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଉପସ୍ଥିତ ଥିବା ସମସ୍ତ ମଞ୍ଚାସୀନ ଅତିଥିବୃନ୍ଦ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ମହାବାତ୍ୟାରେ ପ୍ରାଣ ହରାଇ ଥିବା ସମସ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ପୂର୍ବକ ନିରବ ପ୍ରାର୍ଥନା କରିଥିଲେ । ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟରେ ଘଟିଥିବା ମହାବାତ୍ୟାକୁ ମନେ ପକାଇବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସଜାଗ ରହି ତାର ସଫଳ ମୁକାବିଲା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ବିପର୍ଯ୍ୟୟ ସମୟରେ ନିଜକୁ ରକ୍ଷା କରିବା ସହ ଅନ୍ୟକୁ ରକ୍ଷା କରିବାର ଆବଶ୍ୟକ ସଂପର୍କରେ ବୁଝାଇଥିଲେ । ମହାବାତ୍ୟା ପରେ ଓଡିଶା ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷ କରି ଧନ ଜୀବନ ସୁରକ୍ଷା ରେ ଅଦ୍ଭୁତ ପୂର୍ବ ସଫଳତା ପାଇ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବା ସମ୍ପର୍କରେ ଆଲୋଚନା ହୋଇଥିଲା । ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ କେବଳ ପ୍ରଶାସନ ନୂହେଁ ସମସ୍ତ ଜନ ପ୍ରତିନିଧି ସ୍ୱେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଙ୍କ ର ପ୍ରମୁଖ ଭୂମିକା ରହିଥିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ପରିପ୍ରେକ୍ଷୀରେ ଗାଇ ଚରାଇବା ପାଇଁ ଯାଇଥିବା ଏକ ବାର ବର୍ଷର ବାଳକ ଦାମୁ ଜାନି ପଥରେ ସନ୍ଧିରେ ପଶିଯାଇ ଜୀବନ ମୃତ୍‌ଯ ସହିତ ସଂଗ୍ରାମ କରୁଥିବା ସମୟରେ ଖବର ପାଇ ଉପସ୍ଥିତ ବୃଦ୍ଧି ଖଟାଇ ତେନ୍ତୁଳୀଖୁଣ୍ଟି ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁର୍ଯ୍ୟୋଧନ ଭୋଇ ଏବଂ ଆଉ ଚାରି ଜଣ ବ୍ୟକ୍ତିଙ୍କ ସହାୟତାରେ ଉକ୍ତ ବାଳକ ଟିକୁ ଉଦ୍ଧାର କରି ଜୀବନ ବଞ୍ଚାଇ ଥିବାରୁ ତାଙ୍କୁ ସାହସିକତା ପୁରସ୍କାର ଦେଇ ସଭାରେ ସମ୍ମାନିତ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ସ୍ୱଚ୍ଛ ସାଥି,ସ୍ୱୟଂ ସହାୟକ ଗୋଷ୍ଠୀ, ସ୍ୱେଚ୍ଛାସେବୀ ସଂଗଠନ ଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଡ଼େପୁଟି କଲେକ୍ଟର ମୌସୁମୀ ନାୟକ, ପିଏଆଇଟିଡିଏ ବେଣୁଧର ଶବର, ଅଧିକ୍ଷଣ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ,ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ, ପୌର ପାଳିକା ନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ୍‌, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ୱର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ, ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *