ଗ୍ରୀଷ୍ମ ଋତୁ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଗ୍ରୀଷ୍ମ ଋତୁ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଗ୍ରୀଷ୍ମ ଋତୁ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

News by Dillip Kumar Muduli (BBSR)

#ଭୁବନେଶ୍ୱର(ଏନ୍‍.ଏମ୍‍.): ଏବେ କିଛି ବର୍ଷ ଧରି ମେ ମାସରେ ଆସୁଥିବା ବାତ୍ୟା ରାଜ୍ୟର ବ୍ୟାପକ କ୍ଷତି କରି ପକାଉଛି । ତେବେ ଏହି ପ୍ରାକୃତିକ ବିପର୍ଯୟକୁ ରୋକିବା ସମ୍ଭବପର ନଥିଲେ ମଧ୍ୟ ଏହାଦ୍ୱାରା ହେଉଥିବା ଧନଜୀବନ କ୍ଷୟକ୍ଷତିକୁ ହ୍ରାସ କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଏ ନେଇ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମେ ମାସରେ ଆସୁଥିବା ବାତ୍ୟା ଓ ଏହାର ମୁକାବିଲା ସମ୍ପର୍କରେ ଉଚ୍ଚସ୍ତରୀୟ ଆଲୋଚନା ହେବା ସହ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦିଆଯାଇଥିଲା । ସୂଚନା ଅନୁଯାୟୀ ବଙ୍ଗପୋସାଗରରେ ମେ ମାସରେ ବାତ୍ୟାର ଆସି ଥାଏ । ଗତ ତିନି ବର୍ଷ ମଧ୍ୟରେ ଓଡିଶା ମଧ୍ୟ ମେ ମାସ ବାତ୍ୟାର ସମ୍ମୁଖିନ ହୋଇଛି । ଏ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଗ୍ରୀଷ୍ମ ଋତୁର ବାତ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ । ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ସବୁବେଳେ ପ୍ରସ୍ତୁତ ରହିବାକୁ ଦୃଢ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ । ୨୦୧୯ ମସିହାରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ । ତେଣୁ ଆମକୁ ସବୁବେଳେ ପ୍ରସ୍ତୁତ ରହିବାକୁ ପଡିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ ଏନଡିଆରଏଫ, ଓଡିଆରଏଏଫ ଓ ଅଗ୍ନିଶମ ସେବା ଆଦି ଆଗୁଆ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସ୍ଥଳେ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଥିଲେ । ପୁନଶ୍ଚ ସବୁ ଅତ୍ୟାବଶ୍ୟକ ମେସିନ୍ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ । ସେହିପରି ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ବାତ୍ୟା ସମ୍ପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ୱତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ୱୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଥିଲେ ଯେ, ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ । ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍‌ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାୟ ୧ହଜାରଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି । ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ ପ୍ରସ୍ତୁତ କରାଯାଇଛି । ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି ଓ ୧୭ଟି ଏନଡିଆରଏଫ ଓ ୨୦ଟି ଓଡିଆରଏଏଫ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି । ଏ ନେଇ ପୁଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ, ଉନ୍ନୟନ କମିଶନର (ଜଳସମ୍ପଦ)ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ସଂଜୟ ସିଂ, କୃଷି ବିଭାଗ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ । ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।

Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ