News by B.Mishra (BBSR)

ଅଗରିଆ ସମାଜ ପାଇଁ ଅଧ ଏକର ଜମି ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

News by B.Mishra (BBSR)

#ଭୁବନେଶ୍ୱର(ଏନ.ଏମ୍‍.): ଅଗରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି । ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ସେମାନଙ୍କ ଅନୁରୋଧ ତଥା ଅଗରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ଅଗରିଆ ସମାଜ ଭବନ ନିର୍ମାଣ ପାଇଁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *