ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ କୁମାର ବିଶ୍ୱାଳଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ

ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ କୁମାର ବିଶ୍ୱାଳଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ

ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ କୁମାର ବିଶ୍ୱାଳଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ସୁବିଧାରେ ରୋଗୀସେବା ଯୋଗାଇଦେବା ନିମନ୍ତେ ରାଜ୍ୟ ସରକାରଙ୍କ ଅନେକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଜୁ ସ୍ୱାସ୍ଥ୍ୟକାର୍ଡ଼ ଠାରୁ ଆରମ୍ଭ କରି ମାଗଣାରେ ଔଷଧ ଯୋଗାଇବା ନିମନ୍ତେ ନିରାମୟ ଯୋଜନା ପର୍ଯ୍ୟନ୍ତ ସେବା ଯୋଗାଇ ଦିଆଯାଉଛି । ତେବେ ନିରାମୟ ଯୋଜନାରେ ରୋଗୀଙ୍କୁ ଠିକ୍‌ରେ ଔଷଧ ମିଳୁଛି କି ନାହିଁ ତାହାକୁ ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ କୁମାର ବିଶ୍ୱାଳ ବିଭିନ୍ନ ସମୟରେ ସରକାରୀ ହସ୍ପିଟାଲ ପରିଦର୍ଶନ କରି ସ୍ଥିତି ଯାଞ୍ଚ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଡକ୍ଟର ବିଶ୍ୱାଳ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରିଛନ୍ତି । ରୋଗୀ ଓ ସମ୍ପର୍କୀୟଙ୍କ ଠାରୁ ନିରାମୟ କେନ୍ଦ୍ର ସୁବିଧା ଓ ଅସୁବିଧା ସଂକ୍ରାନ୍ତରେ ସେ ପଚାରି ବୁଝିବା ସହ ହସ୍ପିଟାଲ ଅଧ୍ୟକ୍ଷଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି । ନିରାମୟ କେନ୍ଦ୍ରକୁ ପ୍ରତିଦିନ ଆସୁଥିବା ରୋଗୀଙ୍କୁ କିପରି ଅଧିକ ସହଜ ଏବଂ ସୁବିଧା ଯୋଗାଇ ଦିଆଯିବ ଏହି ବିଷୟରେ ବରିଷ୍ଠ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ନିରାମୟ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ବହୁ ଗୁରୁତ୍ୱପୂର୍ଣ୍ଣ ଔଷଧ ମିଳୁଥିବାରୁ ଉପସ୍ଥିତ ରୋଗୀଙ୍କ ସମ୍ପର୍କୀୟ ରାଜ୍ୟ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ । ଏହି ପରିଦର୍ଶନ ଅବସରରେ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ, ନିୟମିତ ବ୍ୟବଧାନରେ ଡକ୍ଟର ବିଶ୍ୱାଳ ରାଜ୍ୟର ବିଭିନ୍ନ ହସ୍ପିଟାଲ ପରିଦର୍ଶନ କରି ରାଜ୍ୟସରକାରଙ୍କ ଏହି ଯୋଜନାର ସଫଳ ରୂପାୟନ ନିମନ୍ତେ ଉଦ୍ୟମ ଜାରି ରଖିଛନ୍ତି । ତେବେ ସରକାର ଯେଉଁ ଜନକଲ୍ୟାଣ ଯୋଜନା ପ୍ରଚଳନ କରିଛନ୍ତି ତାହା କିଭଳି ଜନସାଧାରଣଙ୍କ ନିକଟରେ ଠିକ୍ ଭାବେ ପହଞ୍ଚି ପାରିବ ସେ ନେଇ ସେ କାର୍ଯ୍ୟକରୁଛନ୍ତି ବୋଲି ଡକ୍ଟର ବିଶ୍ୱାଳ ପ୍ରକାଶ କରିଛନ୍ତି ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ