ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୬ରେ ଛୁଇଁବ ଉପକୂଳ
ଭୁବନେଶ୍ୱର (ଏନ୍.ଏମ୍.): ବଙ୍ଗୋପ ସାଗରରେ ସମ୍ଭାବ୍ୟ ବାତ୍ୟା ‘ୟାସ’କୁ ନେଇ ଆଇଏମଡିର ପୂର୍ବ ଆକଳନ ଠିକ୍ ସାବ୍ୟସ୍ତ ହୋଇଛି । ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ ଆସନ୍ତା୨୪ ତାରିଖରେ ବାତ୍ୟାରେ ପରିଣତ ହେବ । ଆଇଏମ୍ଡି ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ, ଏହି ବାତ୍ୟା କ୍ରମେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି…
