ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ ପୁରୀ/କଟକ (ଏନ୍.ଏମ୍.): ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସ୍ନାନପୂର୍ଣ୍ଣିମା ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଭୁ ଚତୁର୍ଦ୍ଧାମୂର୍ତ୍ତି ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଶୁଭଦ୍ରା ଓ ସୁଦର୍ଶନଙ୍କ ମହାସ୍ନାନ ଅନୁଷ୍ଠିତ ହୋଇଥିଲା । ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ଶ୍ରୀ ଜୀଉମାନେ ସ୍ନାନ କରିବା ସହ ଅଗଣିତ ଶ୍ରଦ୍ଧାଳୁଙ୍କୁ ଦୁର୍ଲଭ ଗଜବେଶରେ ଦର୍ଶନ ଦେଇଛନ୍ତି । ଶ୍ରୀମନ୍ଦିର ସ୍ନାନବେଦୀର ଚତୁର୍ଦ୍ଧାମୂର୍ତ୍ତି ଏହି ଦେବଦୁର୍ଲଭ ଦର୍ଶନ ନିମନ୍ତେ…
