ଆସନ୍ତା ବଜେଟ୍ ଅଧିବେଶନ ନେଇ ସର୍ବଦଳୀୟ ବୈଠକ ଜୁନ ୨୯ରେ

ଆସନ୍ତା ବଜେଟ୍ ଅଧିବେଶନ ନେଇ ସର୍ବଦଳୀୟ ବୈଠକ ଜୁନ ୨୯ରେ
ଗୃହ ପରିଚାଳନା ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କଲେ ବାଚସ୍ପତି

News by I&PR Odisha

ଭୁବନେଶ୍ୱର(ଏନ୍‍.ଏମ୍‍.): ଆସନ୍ତା ଜୁଲାଇ ୨ତାରିଖରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନର ସୁପରିଚାଳନା ପାଇଁ ଚଳିତ ମାସ ୨୯ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ବଜେଟ ଅଧିବେଶନର ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦିତ କରିବା ପାଇଁ ସବୁ ଦଳର ନେତୃମଣ୍ଡଳୀଙ୍କଠାରୁ ସହଯୋଗ କାମନା କରାଯିବ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି । ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ସଂକ୍ରମଣ ଦେଖାଦେଲାଣି । ସର୍ବଦଳୀୟ ବୈଠକରେ ଏ ବିଷୟରେ ମଧ୍ୟ ଆଲୋଚନା କରାଯିବ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *