ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ : ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ : ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ
୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌


ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ବିଭିନ୍ନ ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ସରକାର୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ଜମି ନେଇ ଶିଳ୍ପ କରୁ ନଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରାଧୀନ ରହିଥିବାବେଳେ ବନ୍ଦ ଥିବା ୯୧୪ ସଂସ୍ଥାରୁ ଇଡକୋ ନିୟମ ଅନୁଯାୟୀ ୬୬୫ଟି ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ସେଥିମଧ୍ୟରୁ ୨୬୭ଟି ଶିଳ୍ପ ସଂସ୍ଥାର ଜମି ଆବଣ୍ଟନ ରଦ୍ଦ କରାଯାଇଛି। ଆବଣ୍ଟନ ରଦ୍ଦ ମଧ୍ୟରୁ ୮୧ଟି ଶିଳ୍ପ ସଂସ୍ଥା ବିରୋଧରେ ଇୟୁଓ ମାମଲା ରହିଛି। ଶୁକ୍ରବାର ବିଧାନସଭାରେ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତରରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ କହିଛନ୍ତି। ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଜମି ଯୋଗାଇ ଦେଉଥିଲେ ମଧ୍ୟ କମ୍ପାନୀ ଦେବାଳିଆ କିମ୍ବା ଅନ୍ୟ କାରଣରୁ ବନ୍ଦ ହେଲେ ଉକ୍ତ ଜମିକୁ ଆଉ ସରକାରଙ୍କୁ ଫେରାଉ ନାହାନ୍ତି। କେତେ ଜମି ଓଡ଼ିଶାରେ ଏମିତି ଅଛି ବୋଲି ବିଧାୟକ ଚକ୍ରମଣି ମନ୍ତ୍ରୀଙ୍କୁ ପଚାରିଥିଲେ। ମନ୍ତ୍ରୀ ତାଙ୍କ ଉତ୍ତରରେ ଏହି ତଥ୍ୟ ରଖିଛନ୍ତି।

News ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ