ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ ବିଶ୍ୱାଳଙ୍କ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ

#କନ୍ଧମାଳ(ଏନ୍‌.ଏମ୍‌.): ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ ବିଶ୍ୱାଳ ଆଜି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ରୋଗୀ ଓ ରୋଗୀ ସମ୍ପର୍କୀୟଙ୍କ ଠାରୁ ନିରାମୟ କେନ୍ଦ୍ର ସୁବିଧା ଓ ଅସୁବିଧା ସଂକ୍ରାନ୍ତରେ ପଚାରି ବୁଝିଛନ୍ତି । ଏହି ପରିପ୍ରେକ୍ଷୀରେ ଡକ୍ଟର ବିଶ୍ୱାଳ ଚିକିତ୍ସାଧୀନ ରୋଗୀଙ୍କ ନିକଟକୁ ଯାଇ ମାଗଣାରେ ଔଷଧ ମିଳୁଛିକି ନାହିଁ ପଚାରି ବୁଝିଛନ୍ତି । ଏହା ପରେ ଉପସ୍ଥିତ ହସ୍ପିଟାଲ ଅଧ୍ୟକ୍ଷଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି । ପୁନଶ୍ଚ ନିରାମୟ କେନ୍ଦ୍ରକୁ ପ୍ରତିଦିନ ଆସୁଥିବା ରୋଗୀଙ୍କୁ କିପରି ଅଧିକ ସହଜ ଏବଂ ସୁବିଧା ଯୋଗାଇ ଦିଆଯିବ ଏହି ବିଷୟରେ ବରିଷ୍ଠ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ନିରାମୟ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ବହୁ ଗୁରୁତ୍ୱପୂର୍ଣ୍ଣ ଔଷଧ ମିଳୁଥିବାରୁ ଉପସ୍ଥିତ ରୋଗୀଙ୍କ ସମ୍ପର୍କୀୟ ଓଡିଶା ସରକାର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି । ଏହି ପରିଦର୍ଶନ ଅବସରରେ ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ